ଆସନ୍ତା ୨୧ରେ ଓଡ଼ିଶା ବିଧାନସଭାର ଉପ-ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪/୧୧: ଆସନ୍ତା ୨୧ ତାରିଖରେ ହେବ ଓଡ଼ିଶା ବିଧାନସଭାର ଉପ-ବାଚସ୍ପତି ନିର୍ବାଚନ । ସକାଳ ୯ଟା ୩୦ ମିନିଟ୍ ସମୟରେ ଏହି ନିର୍ବାଚନ ହେବା ନେଇ ସୂଚନା ରହିଛି । ଏନେଇ ବିଧାନସଭାର ସମସ୍ତ ସଦସ୍ୟଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଧାନସଭା ସଚିବ । ଉପ-ବାଚସ୍ପତି ପଦରୁ ରଜନୀକାନ୍ତ ସିଂ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି । ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପୂର୍ବରୁ ଉପ-ବାଚସ୍ପତି ନିର୍ବାଚନ ଶେଷ ହେବ । ଦଳୀୟ ସଙ୍ଗଠନକୁ ସୁଦୃଢ କରିବାକୁ ଉପ-ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ରଜନୀକାନ୍ତ ସିଂ ।