ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଭୁବନେଶ୍ୱର,୧୫/୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ  କିଛି ସମୟ ପରେ ଅବପାତର ରୂପ ନେବ । ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବ । ପରବର୍ତୀ ସମୟରେ ଏହା ଦିଗ ପରିବର୍ତନ ସହ ଉତର-ଉତର-ପୂର୍ବ ଦିଗରେ ଗତି ୧୭ ତାରିଖ ବେଳକୁ ଉତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଫଳରେ ଆଜିଠାରୁ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଗଞ୍ଜାମ, ଖୋର୍ଦ୍ଧା, ଭଦ୍ରକ, କଟକ ଯାଜପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୭ ତାରିଖ ଦିନ ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।