ବିଶ୍ବକପ୍ ସେମିଫାଇନାଲ ମ୍ୟାଚ, ନ୍ୟୁଜିଲାଣ୍ଡକୁ ୭୦ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ,୧୫/୧୧: ଆଇସିସି ବିଶ୍ବକପ ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ । ଆଜି ଖେଳାଯାଇଥିବା ସେମିଫାଇନାଲ ମ୍ୟାଚରେ ଭାରତ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରିଛି । ଭାରତ ଦ୍ବାରା ରଖାଯାଇଥିବା ୩୯୮ ରନ ଲକ୍ଷ୍ୟ ଜବାବରେ ନ୍ୟୁଜିଲାଣ୍ଡ ୩୨୭ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତ ପକ୍ଷରୁ ମହମ୍ମଦ ସାମି  ବୋଲିଂ କରି ୭ଟି ଓ୍ବିକେଟ ନେଇଥିଲେ ।

ସୂଚନାଯୋଗ୍ୟ ଯେ ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ।  ବିରାଟ ୧୧୭ ରନ ଓ ଆୟର ୧୦୫ କରି ଆଉଟ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪ ଓ୍ବିକେଟ ହରାଇ ୩୯୭ ରନ କରିଥିଲା ।