ରାଜ୍ୟରେ ଦୁଇ ଦିନ ମେଘୁଆ ରହିବ ପାଗ

ଭୁବନେଶ୍ୱର,୨୦/୧୧: ରାଜ୍ୟରେ ଆଜି ଓ ଆସନ୍ତାକାଲି ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଜି ୧୭ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ଜିଲ୍ଲାଗୁଡ଼ିକ ହେଲେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ । ଏହିସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକରେ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ହେବାର ସମ୍ଭାବନା ଅଧିକ । ଏହାସହ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, କଟକ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଆସନ୍ତାକାଲି ବର୍ଷା ହୋଇପାରେ ।