ଆସନ୍ତାକାଲିଠୁ ବିଧାନସଭା ଶୀତ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର,୨୦/୧୧: ଆସନ୍ତାକାଲିଠୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ପୋଲିସ ଡିଜି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ପୋଲିସ କମିଶନରଙ୍କ ସମେତ ଭୁବନେଶ୍ୱର ଡିସିିପି ଓ ଅନ୍ୟ ଅଧିକାରୀଙ୍କୁ ନେଇ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଡିଜି । ପ୍ରତି ଅଧିବେଶନ ଭଳି ଏଥର ମଧ୍ୟ ସମାନ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉଭୟ ବିଧାନସଭା ଭିତରେ ଏବଂ ଆଖପାଖରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସେହିଭଳି ଆନ୍ଦୋଳନ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଥିବା ପୋଲିସ ଡିଜି କହିଛନ୍ତି । ୫ଟି କଂଟ୍ରୋଲ ରୁମ୍ ସହିତ ମୋଟ୍ ୨୮ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବେ ବୋଲି ଜଣାପଡିଛି ।