ବାୟୁସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟ ମୃତ

ନୂଆଦିଲ୍ଲୀ,୪/୧୨: ତେଲେଙ୍ଗାନାରେ ବାୟୁସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି । ଏନେଇ ବାୟୁସେନା ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ, ସକାଳ ୮ଟା ୫୫ରେ ତେଲେଙ୍ଗାନାର ଡେଣ୍ଡିଗୁଲରେ ଏହି ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ପ୍ରାଣ ହରାଇଥିବା ଦୁଇ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଓ ଜଣେ ବାୟୁସେନାର କ୍ୟାଡେଟ ଥିଲେ । ନିୟମିତ ଟ୍ରେନିଂ ଉଡାଣ ଭରୁଥିବା ବେଳେ ହିଁ ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ।ଏହାସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ।