ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା

ଭୁବନେଶ୍ୱର,୪/୧୨: ଗୋଟିଏ ଦିନ ବୃଢ଼ହି ପାଇଲା କଟକ ବାଲିଯାତ୍ରା ସରିବାର ଅବଧି। ଏହି କ୍ରମରେ ଆଜି ନୁହେଁ କାଲି ସରିବ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ ଯେ, ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା । କିନ୍ତୁ ଏହାକୁ ଗୋଟିଏ ଦିନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାପୂର୍ବରୁ କଟକ ବାଲିଯାତ୍ରାକୁ ୨ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ କଟକ ମେୟର ସୁବାସ ସିଂ । ତେବେ ୨ ଦିନ ବଦଳରେ ଗୋଟିଏ ଦିନ ବୃଦ୍ଧି କରିବାକୁ ଅନୁମତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।