କ୍ରୁଟ୍‌ ପକ୍ଷରୁ ପୁରୀ ଓ କଟକକୁ ମୋ ବସ୍ ଏକ୍ସପ୍ରେସ୍ ସେବା ଆରମ୍ଭ

ଭୁବନେଶ୍ୱର,୬/୧୨: କ୍ରୁଟ୍‌ ପକ୍ଷରୁ ଭୁବନେଶ୍ୱର ବିମାନ ବନ୍ଦରରୁ ସିଧାସଳଖ କଟକ ନେତାଜୀ ବସ୍ ଟର୍ମିନାଲ୍  ଏବଂ ପୁରୀ ବସ୍ ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ମୋ ବସ୍ ଏକ୍ସପ୍ରେସ୍ ସେବା ଆରମ୍ଭ ହୋଇଛି ।
ବିମାନବନ୍ଦର ଯୋଗେ ଆସୁଥିବା ଯାତ୍ରୀମାନଙ୍କୁ ଏକ ନିରାପଦ ଯାତ୍ରାର ଅନୁଭୂତି ଦେବା ପାଇଁ ପୁରୀ ବସ୍‌ଷ୍ଟାଣ୍ଡ୍ ପର୍ଯ୍ୟନ୍ତ ଫ୍ଲାଟ୍ ୨୦୦/- ଟଙ୍କା ଟିକେଟ୍ ମୂଲ୍ୟ ରହିଛି । ସେପରି କଟକ ନେତାଜୀ ବସ୍ ଟର୍ମିନାଲ୍ ପର୍ଯ୍ୟନ୍ତ ଏହି ଏକ୍ସପ୍ରେସ୍ ସେବା ପାଇଁ ମାତ୍ର ୧୦୦/- ଟଙ୍କା ଟିକେଟ୍ ମୂଲ୍ୟ ନିର୍ଦ୍ଧାରିତ ରହିଛି। ଏହି ଏକ୍ସପ୍ରେସ୍ ସେବା ପାଇଁ ଭୁବନେଶ୍ୱର ବିମାନ ବନ୍ଦରର ୪ର୍ଥ ଲେନ୍‌ରେ ଉପଲବ୍ଧ ଥିବା ମୋ ବସ୍ ଯୋଗେ ଯାତ୍ରୀମାନେ ସିଧାସଳଖ ନିଜ ଗନ୍ତବ୍ୟସ୍ଥଳକୁ ଯାତ୍ରା କରିପାରିବେ।
ପର୍ଯ୍ୟଟକ ଏବଂ କଟକ, ପୁରୀ ବାସିନ୍ଦାଙ୍କ ବିବିଧ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଓ ପରିବହନ ଭିତ୍ତିଭୂମିକୁ ସୁଦୃଢ଼ କରି ପର୍ଯ୍ୟଟନ କ୍ଷେତ୍ରକୁ ଜନସାଧାରଣଙ୍କର ଯାତାୟତ ସୁବିଧା ବୃଦ୍ଧି କରିବା ନେଇ କ୍ରୁଟ୍‌ର ମୋ ବସ୍ ଏକ୍ସପ୍ରେସ୍ ସେବା ଏକ ସକ୍ରିୟ ପଦକ୍ଷେପ ଅଟେ।