ରାଜ୍ୟରେ ଶୀତର ଲହରୀ, ୧୫ ଡିଗ୍ରୀ ତଳେ ୨୩ ସହରର ତାପମାତ୍ରା

ଭୁବନେଶ୍ୱର,୧୩/୧୨: ସାରା ରାଜ୍ୟରେ ଏବେ ଶୀତର ଲହରୀ । ୧୫ ଡିଗ୍ରୀ ତଳେ ୨୩ ସହରର ତାପମାତ୍ରା ରହିଛି। ଦାରିଙ୍ଗବାଡିରେ ପ୍ରବଳ ଶୀତ ସାଙ୍ଗକୁ କୁହୁଡି ପାଗ ଓ ପ୍ରକୃତିର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କୁ କରୁଛି ଆକୃଷ୍ଟ  । କନ୍ଧମାଳ ଜିଲ୍ଲାରେ ବିଳମ୍ଭରେ ଶୀତ ଛୁଇଁଥିବା ବେଳେ ଏବେ ଚାରି ଦିନରେ ପାରଦ ୫ ଡିଗ୍ରୀ ଖସିଥିବା ବେଳେ ଶୀତର ପ୍ରକୋପ ବୃଦ୍ଧି ପାଇଛି  । ଏବେ ଦାରିଙ୍ଗବାଡିର ତାପମାତ୍ରା ୯.୫ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଜିଲ୍ଲାର ଅନ୍ୟ ସ୍ଥାନରେ ଘନ କୁହୁଡି ସାଙ୍ଗକୁ ଶୀତର ପ୍ରକୋପ ଅନୁଭୂତ ହେଉଛି  । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୭ ଦିନ ଯାଏଁ ପାଗ ଶୁଖିଲା ରହିବ ।