ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଯାଦବ

ନୂଆଦିଲ୍ଲୀ,୧୩/୧୨: ମଧ୍ୟପ୍ରଦେଶରେ ଆରମ୍ଭ ହେଲା ମୋହନ ସରକାର । ଆଜି ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୋହନ ଯାଦବ । ରାଜ୍ୟପାଳ ଛଗନ ଭାଇ ପଟେଲ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିଛନ୍ତି । ତାଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ଅଧ୍ୟକ୍ଷ ଜେଡି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ନୀତିନ ଗଡକରି ପ୍ରମୁଖ ଉପସ୍ଥିତ ରହିଛନ୍ତି ।