ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ

ନୂଆଦିଲ୍ଲୀ,୧୩/୧୨: ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ । ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ବିଷ୍ଣୁଦେଓଙ୍କ ସମେତ ଦୁଇ ଉପ-ମୁଖ୍ୟମନ୍ତ୍ରୀ ମଧ୍ୟ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ବିଜୟ ଶର୍ମା ଓ ଅରୁଣ ସାଓ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।  ଏହି ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ  । ନରେନ୍ଦ୍ର ମୋଦିଙ୍କ ସମେତ ବିଜେପିର ବରିଷ୍ଠ ନେତା ଅମିତ ଶାହ, ଜେ.ପି ନଡ୍ଡା, ଯୋଗୀ ଆଦିତ୍ୟନାଥ, ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇଥିଲେ ।