ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ୫ ବର୍ଷ ପାଇଁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫/୧୨:  ରାଜ୍ୟ ସରକାର ଆଜି ଖାଦ୍ୟ ସୁରକ୍ଷା ଯୋଜନାର ଅବଧିକୁ ୫ ବର୍ଷ ପାଇଁ ବୃଦ୍ଧି କରିଛନ୍ତି ।  ସୂଚନା ମୁତାବକ ୨୦୨୪ ଜାନୁଆରୀ ପହିଲାରୁ ୨୦୨୮ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଲୋକଙ୍କୁ ମାଗଣାରେ ପୂର୍ବଭଳି ରାସନ ପ୍ରଦାନ କରାଯିବ । ଏଥିରେ ରାଜ୍ୟର ୧୦ ଲକ୍ଷ ହିତାଧିକାରୀ ଲାଭବାନ ହୋଇପାରିବେ। ଏହି ଯୋଜନା ପାଇଁ ରାଜ୍ୟ ସରକାର ୧୨୫୦ କୋଟି ଟଙ୍କା ଖର୍ଚ୍ଚ କରିବେ । ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି । ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି ।