ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନକୁ ଅନୁମତି ଦେଲେ ହାଇକୋର୍ଟ

ଭୁବନେଶ୍ୱର,୨୧/୧୨: ଅଲଗା ହେବେ ଓଲିଉଡର ଚର୍ଚ୍ଚିତ ଯୋଡି ବର୍ଷା-ଅନୁଭବ । ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବଙ୍କ ବିବାହ ବିଚ୍ଛେଦ ମାମଲାରେ ଆଜି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି । କୋର୍ଟ ଅନୁଭବ-ବର୍ଷାଙ୍କ ବିବାହ ବିଚ୍ଛେଦଙ୍କୁ ଅନୁମତି ଦେଇଛନ୍ତି । ତେବେ ଏହି ମାମଲାରେ ପୂର୍ବରୁ ବିବାହ ବିଚ୍ଛେଦ ଆବେଦନକୁ ଖାରଜ କରିଥିଲେ ତଳକୋର୍ଟ । ଏହାପରେ ତଳକୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଅନୁଭବ । ଆଉ ଏବେ ହାଇକୋର୍ଟ ଏହି ଆବେଦନକୁ ଗ୍ରହଣ କରିବା ସହିତ ବିବାହ ବିଚ୍ଛେଦ ପାଇଁ ଅନୁମତି ଦେଇଛନ୍ତି ।