ରାଜ୍ୟରେ ଆଜି ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧/୧୨: ରାଜ୍ୟରେ ଆଜି ଆଉ ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି । ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୮ରହିଛି ।ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ୨୨୭ ଦିନ ମଧ୍ୟରେ ସର୍ବାଧିକ । ତେବେ ସଂକ୍ରମିତଙ୍କ ମଧ୍ୟରେ ୧୭୨ଜଣ ଓମିକ୍ରନ ସବ୍ ଭ୍ୟାରିଆଂଟ ‘ଜେଏନ ଡଟ ୱାନ’ରେ ସଂକ୍ରମିତ ହୋଇଥିବା ସୂଚନା ରହିଛି । ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟକୁ ବେଡ୍, ଅକ୍ସିଜେନ୍ ଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।