ଭିତରକନିକା ଜାତୀୟଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର,୭/୧: ଭିତରକନିକା ଜାତୀୟଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଆଜି ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି । ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୩୯ ହଜାର ୯୫୯ଟି ପକ୍ଷୀ ଆସିଥିବା ବେଳେ  ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୪୨୧ ଆସିଛନ୍ତି। ଅର୍ଥାତ ଗତବର୍ଷଠାରୁ ଏହି ବର୍ଷ ଭିତରକନିକାକୁ ୧୨୪୬୨ ଅଧିକ ପକ୍ଷୀ ଆସିଥିବା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧୪୦ ପ୍ରଜାତିର ପକ୍ଷୀ ଆସିଥିବା ବେଳେ ଏ ବର୍ଷ ୧୨୧ ଲାର୍ଜ ହୁଇସିଲିଂ ଡକ୍‌ ପ୍ରଜାତିର ପକ୍ଷୀ ସବୁଠୁ ଅଧିକ ୨୮୦୯୦ ଆସିଛନ୍ତି। ଚଳିତବର୍ଷ ଭିତରକନିକାରେ ବିରଳ କମନସେଲ ଡକ୍‌ ପକ୍ଷୀଙ୍କୁ ଦେଖିବାକୁ ମିଳିଛି ।