ଶୀତ ସାଙ୍ଗକୁ ଘନ କୁହୁଡ଼ି, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୦/୦୧: ରାଜଧାନୀରେ ଶୀତ ସାଙ୍ଗକୁ ଘନ କୁହୁଡ଼ି ଆସ୍ତରଣ ଦେଖିବାକୁ ମିଳିଛି ।କୁହୁଡି ପାଇଁ ଯାତାୟାତରେ ସମସ୍ୟା ଦେଖାଦେଇଛି। ସକାଳୁ ସକାଳୁ କୁହୁଡି ପାଇଁ ଦେଖାଯାଉନି ରାସ୍ତାଘାଟ । ଟ୍ୱିନ ସିଟିରେ ବି ଘନ କୁହୁଡ଼ି ଦେଖିବାକୁ ମିଳିଛି । ଆଜି ୨୨ଟି ଜିଲ୍ଲାରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ । ଝାରସୁୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀରରେ ମଧ୍ୟମରୁ ଘନ କୁହୁଡ଼ି ନେଇ ସତର୍କତା ଜାରି ହୋଇଥିଲା । ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।