ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ କଲା ଇଡି

ନୂଆଦିଲ୍ଲୀ,୧୩/୦୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସମନ କଲା ଇଡି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଆଉ ଥରେ ସମନ କରିଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ଏହାକୁ ମିଶାଇ ୪ ଥର ସମନ କରିସାରିଲାଣି ଇଡି । ପୂର୍ବ ତିନିଥର ସମନ ପାଇଥିଲେ ବି ହାଜର ହୋଇନଥିଲେ କେଜ୍ରିୱାଲ। ଏଥର କ’ଣ କରବେ ତା ଉପରେ ସମସ୍ତଙ୍କ ନଜର ରହିଛି । ତୃତୀୟ ଥର ସମନ ପାଇବା ପରେ ଆପ୍ ପକ୍ଷରୁ ପ୍ରତିକ୍ରିୟା ରଖାଯାଇଥିଲା । ଦଳ କହିଥିଲା ଯେ, କେଜ୍ରିୱାଲଙ୍କୁ ଇଡିର ସମନ ବେଆଇନ୍ । ଜାଣିୁଶୁଣି ହଇରାଣ କରିବାକୁ ଏପରି କରାଯାଉଛି । ଅବକାରୀ ଦୁର୍ନୀତି ମାମଲାରେ ଆପ୍ ଅଡ଼ୁଆରେ ପଡ଼ିଛି । ଏପରିକି ଆପ୍ର ବରିଷ୍ଠ ନେତା ତଥା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଏବେବି ଜେଲରେ ଅଛନ୍ତି ।