ଆଜିଠୁ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ

ନୂଆଦିଲ୍ଲୀ,୧୪/୦୧: ଆଜିଠୁ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ଆରମ୍ଭ ହୋଇଛି। ମଣିପୁରରୁ ମୁମ୍ବାଇ ଯାଏଁ ୬୭ ଦିନ ଧରି ୧୫ ରାଜ୍ୟର ୧୧୦ଜିଲ୍ଲାରେ ଏହା ହେବ। ଦୁଇ ମାସର ଯାତ୍ରାରେ ରାହୁଲ ଗାନ୍ଧୀ ଭାରତର ପୂର୍ବାଞ୍ଚଳରୁ ଭାରତର ପଶ୍ଚିମାଞ୍ଚଳକୁ ୬ ହଜାର ୬୦୦ କିଲୋମିଟର ଯାତ୍ରା କରିବେ ।ଆଜି ମଧ୍ୟାହ୍ନ ୧୨ଟାରେ ମଣିପୁର ସ୍ଥିତ ଖୋଙ୍ଗଜୋମ ଯୁଦ୍ଧ ସ୍ମାରକୀରୁ ଏହି ଯାତ୍ରା ଆରମ୍ଭ କରିବେ ରାହୁଲ ଗାନ୍ଧୀ ।  ଜନସେଚତନା ପାଇଁ ଏହି ଭାରତ ଯୋଡୋ ନ୍ୟାୟ ଯାତ୍ରା ରାହୁଲ ଗାନ୍ଧୀ କରୁଥିବା କହିଛନ୍ତି ଜୟରାମ ରମେଶ ।