ରାଜ୍ୟରେ ଶୀତ ଲହରିକୁ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨/୦୧:ରାଜ୍ୟରେ ଶୀତ ଲହରି ଜାରି ରହିଥିବା ବେଳେ ଗତକାଲି ଠାରୁ ଆରମ୍ଭ ହୋଇଛି ଝିପଝିପ ବର୍ଷା । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ବର୍ଷା ଲାଗିରହିଛି।ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା ।