୨୦୨୪ ସାଧାରଣ ନିର୍ବାଚନ, ବିଜେପି ଘୋଷଣା କଲା ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀ

ଭୁବନେଶ୍ୱର,୨୭/୦୧: ଆଗକୁ ଆସୁଛି ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ବିଜେପି ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଓ ସହ-ପ୍ରଭାରୀ ଘୋଷଣା କରିଛି । ଓଡ଼ିଶା ପାଇଁ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଥିବା ବେଳେ ଲତା ଉସେଣ୍ଡିଙ୍କୁ ସହ-ପ୍ରଭାରୀ ଦାୟିତ୍ୱ ମିଳିଛି । ସେହିଭଳି ୨୩ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ନାଁ ଘୋଷଣା କରିଛି ବିଜେପି ।ଉତ୍ତରପ୍ରଦେଶ ପାଇଁ ବୈଜୟନ୍ତ ପଣ୍ଡାଙ୍କୁ ଏକାକୀ ପ୍ରଭାରୀ ଦାୟିତ୍ୱ ମିଳିଛି । ବିହାର ପାଇଁ ବିନୋଦ ତାୱଡେ, ପଞ୍ଜାବ ଓ ଚଣ୍ଡିଗଡ ପାଇଁ ବିଜୟ ରୂପାନୀ, ହରିୟାଣା ପାଇଁ ବିପ୍ଲବ କୁମାର ଦେବ, କେରଳ ପାଇଁ ପ୍ରକାଶ ଜାବଡେକରଙ୍କ ଭଳି ବରିଷ୍ଠ ନେତାଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି ।