ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା

ଭୁବନେଶ୍ୱର,୨୯/୦୧: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି । ସେ ଦାୟିତ୍ୱ ନେବା ପରେ କହିଛନ୍ତି ଯାହା କର୍ତ୍ତବ୍ୟ ରହିଛି ତାହା କରିବି । ସବୁ ସମସ୍ୟାର ତୁରନ୍ତ ସମାଧାନ କରିବୁ ।