ରାଜ୍ୟରେ ୩ଟି ରାଜ୍ୟସଭା ଆସନ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ,୨୯/୦୧: ରାଜ୍ୟରେ ୩ଟି ରାଜ୍ୟସଭା ଆସନ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ଫେବ୍ରୁଆରୀ ୨୭ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ରାଜ୍ୟସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଏଥିପାଇଁ ନିର୍ବାଚନ ହେବ । ନିର୍ବାଚନ ପାଇଁ ଫେବ୍ରୁଆରୀ ୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ୨୭ ତାରିଖ ଦିନ ନିର୍ବାଚନ ହେବା ସହ ଫଳାଫଳ ଘୋଷଣା ହେବ ।ଏପ୍ରିଲ ମାସରେ ଖାଲି ପଡୁଥିବା ୫୬ଟି ଆସନରେ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ଏହାକୁ ନେଇ ସରଗରମ ହୋଇଛି ରାଜ୍ୟ ରାଜନୀତି ।