ସଂସଦର ବଜେଟ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଜାଣନ୍ତୁ କଣ କହିଲେ..

ନୂଆଦିଲ୍ଲୀ,୩୧/୦୧: ଆଜିଠୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଯାଇଛି। ବଜେଟ୍ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲୋକସଭା ଓ ରାଜ୍ୟସଭାର ମିଳିତ ବୈଠକକୁ ସମ୍ବୋଧନ କରିଛନ୍ତି। ଚଳିତ ବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ଏହା ଶେଷ ବଜେଟ୍ ଅଧିବେଶନ । ଆସନ୍ତାକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟବର୍ତ୍ତୀକାଳୀନ ବଜେଟ୍ ଉପସ୍ଥାପନ କରିବେ। ବଜେଟ୍ ଅଧିବେଶନ ଫେବ୍ରୁଆରି ରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। ରା‌ଷ୍ଟ୍ରପତି ତାଙ୍କ ଅଭିଭାଷଣରେ ଉତ୍କଳମଣି ଗୋପବନ୍ଧୁଙ୍କ କାଳଜୟୀ କବିତା ‘ମିଶୁ ମୋର ଦେହ ଏଦେଶ ମାଟିରେ’ କବିତାକୁ ମନେ ପକାଇଛନ୍ତି। ଚଳିତ ଅଧିବେଶନରେ କାର୍ଯ୍ୟଦିବସ ସଂଖ୍ୟା ଖୁବ୍‌ କମ୍‌ ରହିଥିବାରୁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରାଥମିକତା ଭିତ୍ତିରେ ଜରୁରୀ ବିଲ୍‌ଗୁଡ଼ିକ ଆଗତ କରାଯିବା ସମ୍ଭାବନା ରହିଛି। ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂରଣ ହୋଇ ସାରିଛି । ବହୁ ଲୋକଙ୍କ ଧୈର୍ଯ୍ୟ, ପ୍ରତୀକ୍ଷା, ତପସ୍ୟାର ଅବସାନ ଘଟିଛି । ରାମ ମନ୍ଦିର ଆକାଂକ୍ଷା ପୂରଣ ହୋଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ।

ଜାମ୍ମୁ କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ହୋଇଛି । ୩ ତଲାକ୍ ବିଲ୍ ମଧ୍ୟ ଆଇନରେ ପରିଣତ ହୋଇଛି । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପଂକ୍ତିକୁ ଉଦ୍ଧାର କରି ରାଷ୍ଟ୍ରପତି ଓଡ଼ିଆରେ କହିଛନ୍ତି.. ‘ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାଆନ୍ତୁ ପିଠିରେ’… ସରକାର ୱାନ୍ ରାଙ୍କ, ୱାନ୍ ପେନସନ୍ ଲାଗୁ କରିବା କଥା ମଧ୍ୟ ଗୃହରେ ଉପସ୍ଥାପନ କରିଛନ୍ତି ରାଷ୍ଟ୍ରପତି ।

ରାଷ୍ଟ୍ରପତି ଆହୁରି କହିଛନ୍ତି ଯେ, ଐତିହାସିକ ଜି-୨୦ ସମ୍ମିଳନୀ ଆଯୋଜନ କରିଛି ଭାରତ । ପ୍ରଥମ ଥର ଏସୀୟ କ୍ରୀଡ଼ାରେ ଶହେ ପଦକ ଜିତିଛି । ବିଶ୍ୱରେ ପ୍ରଥମ 5G ରାଷ୍ଟ୍ର ଭାବେ ଖ୍ୟାତି ଅର୍ଜନ କରିଛି । ସରକାର ଲକ୍ଷାଧିକ ଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି । ୩ ଦଶନ୍ଧି ବାଦ୍ ନାରୀ ଶକ୍ତି ବନ୍ଦନ ଅଧିନିୟମ ପାଇଁ ସମସ୍ତଙ୍କୁ ବଧାଇ ଜଣାଇଛନ୍ତି ରାଷ୍ଟ୍ରପତି ।

ଆୟୁଷ୍ମାନ ଭାରତରେ ୫୩ କୋଟି ଭାରତୀୟଙ୍କ ଆଇଡି ବନିଛି । ଏୟାରପୋର୍ଟ ସଂଖ୍ୟା ୭୪ରୁ ବଢ଼ି ୧୪୯ ହୋଇଛି । ୨ ଲକ୍ଷ ପଞ୍ଚାୟତକୁ ଅପ୍ଟିକାଲ ସଂଯୋଗ ହୋଇଛି । ୧୦ ହଜାର କିମି ଗ୍ୟାସ୍ ପାଇପ୍ ଲାଇନ୍ ବଢ଼ିଛି । ୫ ସହରର ମେଟ୍ରୋ ସୁବିଧା ୨୫ ସହରକୁ ବଢ଼ିଛି । ରେଲୱେ ବିଦ୍ୟୁତକରଣ ଶହେ ପ୍ରତିଶତର ନିକଟତର ହୋଇପାରିଛି ।