ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଭୁବନେଶ୍ୱର,୭/୦୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ । ଏବେ ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବରେ ରହିଥିଲେ ।