ଆରପାରିରେ ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ

ଭୁବନେଶ୍ୱର,୧୦/୦୨: ଆରପାରିରେ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା।  ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ହସ୍ପିଟାଲରେ ତାଙ୍କୁ ଭର୍ତି କରାଯାଇଥିଲା ।ଗତକାଲି ମୁଖ୍ୟମନ୍ତ୍ରୀ ଚେନ୍ନାଇ ଗସ୍ତରେ ଯାଇ ଭି. ସୁଜ୍ଞାନୀ କୁମାରୀ ଦେଓଙ୍କୁ ହସ୍ପିଟାଲରେ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହିତ ସୁସ୍ଥତା କାମନା କରିଥିଲେ । ସୁଜ୍ଞାନ କୁମାରୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ । ୧୦ ଥର ବିଧାୟିକା ଭାବେ ସେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି । ଖଲିକୋଟରୁ ୮ ଥର ଓ କବିସୂର୍ଯ୍ୟନଗରରୁ ୨ ଥର ନିର୍ବାଚିତ ହୋଇଛନ୍ତି ।