ଓଡ଼ିଶାରେ EV କାରଖାନା କରିବ JSW, ସ୍ୱାକ୍ଷର ହେଲା MOU

ଭୁବନେଶ୍ୱର,୧୦/୦୨: ଓଡ଼ିଶାରେ EV କାରଖାନା କରିବ JSW । ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ mou ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି ।ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରାଯିବ । ଏଥିପାଇଁ ୪୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଇଭି କାରଖାନା ହେଲେ ୧୧ ହଜାର ଯୁବପିଢିଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି ହୋଇପାରିବ ।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ ।