ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫/୦୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଘୋଷଣା କରିଛନ୍ତି। ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଏହା ଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହିତ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି କହିଛନ୍ତି।

ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି। ଏହାସହ ସୁରଜ ପୁରସ୍କାର ମଧ୍ୟ କରାଯାଇଛି।