ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬/୦୨: ପାରାଦୀପ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି । ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିଛି ।  ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରିଛି ।