ବାଜିଲା ଘଣ୍ଟି, ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୨୦/୦୨: ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଯାଇଛି।  ମାତୃଭାଷାରେ ପ୍ରଥମ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଆଜିଠୁ ଆରମ୍ଭ ହେଉଥିବା ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ । ରାଜ୍ୟର ୨ହଜାର ୯୯୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ ୫ଲକ୍ଷ ୫୧ ହଜାର ପରୀକ୍ଷାର୍ଥୀ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ସାଢେ ୧୧ଟାରେ ସରିବ ।  ୮ଟା ୪୫ ମିନିଟରେ ପ୍ରଶ୍ନପତ୍ର ବଣ୍ଟାଯାଇଛି ଓ ସକାଳ ୯ଟାରୁ ଆରମ୍ଭ ହୋଇଛି ପରୀକ୍ଷା ।କୌଣସି କାରଣରୁ ଯଦି ପରୀକ୍ଷାର୍ଥୀ ୯ଟା ପରେ ଅର୍ଥାତ ପରୀକ୍ଷା ଆରମ୍ଭ ହେବା ପରେ ଆସନ୍ତି, ତେବେ ସେମାନଙ୍କୁ ମଧ୍ୟ ସୁଯୋଗ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି କପି ରୋକିବାକୁ ୪୨ଟି ବୋର୍ଡ ସ୍କ୍ୱାର୍ଡ, ୭୨ଟି ଫ୍ଲାଇଂ ସ୍କ୍ୱାର୍ଡ ଗଠନ ହୋଇଛି । ବଡ଼ କଥା ହେଉଛି ପରୀକ୍ଷାକୁ ଜଗିବ ଆର୍ଟିଫିସିଆଲ ଇଂଟେଲିଜେନ୍ସ କ୍ୟାମେରା । ସମ୍ବେଦଶନଶୀଳ ଓ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଏଆଇ କ୍ୟାମେରା ବ୍ୟାବସ୍ଥା କରାଯିବା ସହ ସମସ୍ତ ନୋଡାଲ ସେଣ୍ଟରରେ ଲାଇଭ ଷ୍ଟ୍ରିମିଂର ବ୍ୟବସ୍ଥା କରାଯାଇଛି ।