ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ

ଭୁବନେଶ୍ୱର,୨୨/୦୨: ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ ହୋଇଛି। ଆଜି ସଂଧ୍ୟା ୫ଟା ୫ ମିନିଟରେ ଗାଦି ମନ୍ଦିରର ଚାରିଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ବିଶ୍ୱର ଭକ୍ତଙ୍କ ମଙ୍ଗଳକାମନା କରି ମହିମା ସନ୍ୟାସୀମାନେ ଝାଡଦୀପ ପ୍ରଜ୍ୱଳନ କରିବେ । ଯୋରନ୍ଦା ମେଳା ପାଇଁ ଓଡ଼ିଶା ସମେତ ଛତିଶଗଡ଼, ଝାଡଖଣ୍ଡ, ବିହାର, ଆନ୍ଧ୍ରପ୍ରଦେଶ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ ଆଦି ଅଞ୍ଚଳରୁ ୨୦ ହଜାରରୁ ଅଧିକ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଚଳିତ ବର୍ଷ ଯୋରନ୍ଦା ମେଳାକୁ ୧୫୧ ବର୍ଷ ପୁରିଛି  ।