ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେତେ?

ଭୁବନେଶ୍ୱର,୨/୦୩: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଥିବା ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଏହି ଶିକ୍ଷକମାନେ ୭ ହଜାର ଟଙ୍କା ପାଉଥିଲେ । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।