ବଦଳିଲା ପାଗ, ରାଜ୍ୟରେ ଏହି ସବୁ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା!

ଭୁବନେଶ୍ୱର,୦୫/୦୩: ବଦଳିଲା ପାଗ । ଆଜି ସକାଳୁ ରାଜ୍ୟର ଅନେକ ସ୍ଥାନରେ ମେଘୁଆ ପାଗ ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ବିଶେଷ କରି ଉପକୂଳ ଓ ଆଭ୍ୟନ୍ତର ଓଡିଶାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଆଗାମୀ ୩ଦିନ ଯାଏଁ ବର୍ଷା ସମ୍ଭାବନା ଥିବାରୁ ଦିନର ତାପମାତ୍ରା ଆହୁରି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ୭ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ମୟୂରଭଂଜ ଜିଲ୍ଲାରେ ବର୍ଷା ହୋଇପାରେ । ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।