ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବନକଲାଗି ନୀତି, ୩ଘଣ୍ଟା ବନ୍ଦ ରହିବ ଦର୍ଶନ

ଭୁବନେଶ୍ୱର,୧୩/୦୩: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବହୁତୁ ନୀତି ଅନୁଷ୍ଠିତ ହୋଇଥାଏ। ଏହାରିମଧ୍ୟରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ । ତେବେ ବନକଲାଗି ନୀତି ପାଇଁ ଆଜି ସାଧାରଣ ଦର୍ଶନ ୩ ଘଣ୍ଟା ପାଇଁ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ବଡ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁର୍ନବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି କରାଯିବ ।