ପଦ୍ମ ବିଜେତାଙ୍କୁ ମାସିକ ୨୫ ହଜାର ଟଙ୍କା ମିଳିବା ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩/୦୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନା ଅନୁଯାୟୀ ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।