କନିଷ୍ଠ ଶିକ୍ଷକଙ୍କ ଦରମା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩/୦୩: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକଙ୍କ ବଢ଼ିଲା ଦରମା । ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି, ସେମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ପାଇଛି ।ଏବେ ସେମାନେ ମାସିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସରକାରଙ୍କ ପକ୍ଷରୁ ସ୍ଥିର କରାଯାଇଛି । ଏହି ବୃଦ୍ଧି ପିଛିଲା ଭାବେ ୨୦୨୩ ଜାନୁଆରୀ ପହିଲାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ। ସୂଚନାଯୋଗ୍ୟ ଯେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।