ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ,୨୧/୦୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଇଡି ଗିରଫ କରିଛି । ଆଜି ସଂନ୍ଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଂଚି ବିଭିନ୍ନ କାଗଜପତ୍ର ଯାଂଚ କରିବା ସହ ଶେଷରେ ତାଙ୍କୁ ଗିରଫ କରିଛି । ଗିରଫ ପୂର୍ବରୁ ଇଡି ଅରବିନ୍ଦ କେଜ୍ରିୱାଲଙ୍କ ମୋବାଇଲ ଫୋନ ଜବତ କରିଥିଲା । ଜେରା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଯାଂଚ ଟିମକୁ ସହଯୋଗ କରି ନଥିବା କହିଛି ଇଡି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗିରଫ ହେବା ସମୟରେ ହଜାର ହଜାର ଲୋକ ଏହି ଗିରଫକୁ ବିରୋଧ କରି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ପହଂଚିଥିଲେ। ସୂଚନାଯୋଗ୍ୟ ଯେ ଦିଲ୍ଲୀ ହାଇକୋର୍ଟ ଗୁରୁବାର ଦିନ ଅରବିନ୍ଦ କେଜ୍ରିୱାଲଙ୍କୁ ଅବକାରୀ ନୀତି ମାମଲାରେ ଗିରଫଦାରୀକୁ ରୋକିବା ପାଇଁ କରିଥିବା ଆବେଦନକୁ ଖାରଜ କରିଦେଇଥିଲେ ।