ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର,୨୭/୦୩: ମହାପ୍ରଭୁଙ୍କ ବିଭିନ୍ନପ୍ରକାରର ଗୁପ୍ତ ନୀତି ଅନୁଷ୍ଠିତ ହୋଇଛି । ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।