କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର,୨୭/୦୩: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । ସାନ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିବା ପରେ ସୁର ଏଭଳି ପଦକ୍ଷେପ ନେଇଛନ୍ତି । ଏକ ଚିଠି ଲେଖି ସୁର କହିଛନ୍ତି, ସାନପୁଅ ମନ୍ମଥଙ୍କୁ ଯେତେ ବୁଝାଇଲେ ମଧ୍ୟ ସେ କଥା ନ ରଖି ବିଜେଡିରେ ସାମିଲ ହେଲେ । ଏହା ମୋ ସ୍ୱାଭିମାନ ଓ ଅନ୍ତରାତ୍ମାକୁ ଅଧିକ ଆଘାତ ଦେଇଛି । ଏଣୁ ବିବେକ ଦୃଷ୍ଟିରୁ ସମସ୍ତ କମିଟି ଇସ୍ତଫା ଦେଉଥିବା କହିଛନ୍ତି ସୁର । ସମସ୍ତ କମିଟିରୁ ଇସ୍ତଫା ଦେଲେ ମଧ୍ୟ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି ସୁର । ଜୀବନ ଥିବା ଯାଏଁ କଂଗ୍ରେସରେ ରହିବି ଏବଂ ଦଳ ଯାହା କାମ ଦେବ କରିବି । ମୋ ଭୋଟ ଅନ୍ୟ ଦଳକୁ ଯିବ ନାହିଁ ବୋଲି କହିଛନ୍ତି ସୁର ।