୮୮ତମ ଉତ୍କଳ ଦିବସ, କାହିଁକି ପାଳନ ହୁଏ ଆଜିର ଦିନ?

ଭୁବନେଶ୍ୱର,୧/୦୪: ଆଜି ରାଜ୍ୟବାସୀ ପାଳୁଛନ୍ତି ୮୮ତମ ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇଆସୁଛି । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଂଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।