ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର ଓ ଗଣେଶ୍ୱର ବେହେରା ଓ

ଭୁବନେଶ୍ୱର,୬/୦୪: ବିଜେଡିରେ ଯୋଗ ଦେଇଛନ୍ତି ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି। ବିଜେଡିରେ ସାମିଲ ହେବା ପରେ ଲେଖାଶ୍ରୀ କହିଲେ, ହୃଦୟର ସହ ମୋତେ ବିଜେଡିରେ ସାମିଲ କରାଇଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ଫାଇଭ-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ । ବର୍ଷ ବର୍ଷ ଧରି ମୁଁ ବିଜେପିକୁ ସର୍ବଶ୍ୱ ଦେଇଛି, ଓଡ଼ିଶାବାସୀଙ୍କ ସେବା କରିବାର ଇଚ୍ଛା ଥିଲା ତାହା ବିଜେପି ପୂରଣ କରିବାକୁ ଦେଲାନି । ଏତେ ପରିଶ୍ରମ କରିକି ବି ଦଳର ନେତୃତ୍ୱ ମୋ ଉପରେ ଭରସା କଲେନି । ମୋ ପାଇଁ ବିଜେପିରେ ଏତିକି କାମଥିଲା ବୋଲି ଭାବିଲି ଆଉ ଆଗକୁ ବଢ଼ିବା ପାଇଁ ବିଜେଡିରେ ସାମିଲ ହେଲି ।

ସେହିପରି ଆଜି ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା । ଶଙ୍ଖ ଭବନରେ ଶୀର୍ଷ ନେତୃବୃନ୍ଦଙ୍କ ଗହଣରେ ବିଜେଡିରେ ସାମିଲ ହୋଇଛନ୍ତି । ଦୀର୍ଘ ବର୍ଷ ଧରି କଂଗ୍ରେସ ପାଇଁ ସକ୍ରିୟ ଭାବେ କାର୍ଯ୍ୟଭାର ତୁଲାଇଥିଲେ । କଂଗ୍ରେସରୁ ସେ ବିଧାୟକ ଓ ମନ୍ତ୍ରୀ ମଧ୍ୟ ଥିଲେ । କିନ୍ତୁ କିଛି ଦିନ ହେବ ଦଳରେ ତାଙ୍କୁ ଅଣଦେଖା କରାଯିବା ସହ ଟିକେଟ ନମିଳିବାରୁ ସେ ଦଳ ଛାଡିଥିବା କହିଥିଲେ ।