ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୫/୨: ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ବିକାଶ ପରିଷଦର କାର୍ଯ୍ୟକ୍ରମ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡିଶାର ବିକାଶ ପାଇଁ ପରିଷଦର ବାର୍ଷିକ ଅନୁଦାନକୁ ଦୁଇ ଗୁଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ଯୁବକଯୁବତୀ ମାନଙ୍କ ପାଇଁ ଯେପରି ରୋଜଗାରର ଅଧିକ ସୁଯୋଗ ସୃଷ୍ଟି ହେବ, ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି୍।

ଏହାସହିତ ପଶ୍ଚିମ ଓଡିଶାରେ ବିକାଶ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ଏବଂ ଲୋକଙ୍କ ପାଖରେ ପ୍ରଶାସନକୁ ପହଞ୍ଚାଇବା ପାଇଁ ପରିଷଦ ଅଧୀନରେ ଥିବା ୧୦ଟି ଜିଲ୍ଲା ଏବଂ ଆଠମଲ୍ଲିକରେ ପରିଷଦର କାର୍ଯ୍ୟାଳୟ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ଉନ୍ନୟନ କମିଶନର  ପ୍ରଦୀପ କୁମାର ଜେନା, କୃଷି ଉତ୍ପାଦନ କମିଶନର  ଆର୍‌. କେ. ଶର୍ମା, ଅର୍ଥ ବିଭାଗର ପ୍ରମୁଖ ସଚିବ  ଆଶୋକ କୁମାର ମୀନା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଯୋଗ ଦେଇଥିଲେ ।