ଛତିଶଗଡ଼ରେ ଭୟଙ୍କର ବସ ଦୁର୍ଘଟଣା, ୧୨ ମୃତ

ନୂଆଦିଲ୍ଲୀ, ୧୦/୦୪: ଛତିଶଗଡ଼ର ଦୁର୍ଗ ଜିଲ୍ଲାରେ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ପାଖାପାଖି ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି । ସୂଚନା ଅନୁସାରେ,  ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଲାଲ୍ ମୋରମ ଖଣିକୁ ଖସି ପଡ଼ିଥିଲା । ଦୁର୍ଘଟଣା ସମୟରେ ବସରେ ୩୦ରୁ ଅଧିକ ଯାତ୍ରୀ ଥିଲେ । ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ପୁଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଂଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ । ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ରାୟପୁର ଏମ୍ସ ଯାଇ ଆହତ ଏବଂ ସେମାନଙ୍କ ପରିବାର ଲୋକଙ୍କୁ ଭେଟିଛନ୍ତି ।ସେପଟେ ଭୟଙ୍କର ଦୁର୍ଘଟଣା ପାଇଁ ଶୋକ ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।