ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କଲେ ବାଚସ୍ପତି

ଭୁବନେଶ୍ୱର,୧୧/୦୪: ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ସମ୍ବିଧାନର ନିୟମ ମୁତାବକ କାର୍ୟ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ । ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ରଖିନଥିଲେ ଦୁଇ ବିଧାୟକ । ଏହାପରେ ବାଚସ୍ପତି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ତେବେ ନିକଟରେ ଏହି ଦୁଇ ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହେଇଛନ୍ତି ।