ବିଜେପିରେ ମିଶିଲେ କୋରାପୁଟ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ୱର, ୧୨/୦୪: ବିଜେଡି ଛାଡି ବିଜେପିରେ ମିଶିଛନ୍ତି କୋରାପୁଟ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି କୈଳାଶ କୁଲେସିକା ।ଗତକାଲି ଲକ୍ଷୀ୍ମପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରଭୁ ଜାନୀଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଦଳରୁ ଇସ୍ତଫା ଦେଇଥିଲେ କୈଳାଶ କୁଲେସିକା । ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ନିଜ ଇସ୍ତଫା ପତ୍ର ପଠାଇଥିଲେ । ଏଥିରେ ସେ ଉଲ୍ଲେଖ କରିଥିଲେ ଯେ, ଦଳ ତାଙ୍କ କଠିନ ପରିଶ୍ରମର ମୂଲ୍ୟ ବୁଝି ପାରିଲା ନାହିଁ । ତେବେ ଆଜି ନିଜ ସମର୍ଥକଙ୍କୁ ନେଇ ଦଳରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ।