ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ, ୧୦୨ଟି ଆସନ ପାଇଁ ପଡିବ ଭୋଟ୍

ନୂଆଦିଲ୍ଲୀ,୧୮/୦୪: ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ ହେବ । ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୨୧ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ୍ ୧୦୨ଟି ଆସନ ପାଇଁ ମତଦାନ ହେବ । ଏଥିରେ ପ୍ରାୟ ୧ ହଜାର ୬୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ସକାଳ ୮ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ମତଦାନ ହେବ । ୧୦୨ ଲୋକସଭା ଆସନରେ ହେବାକୁ ଥିବା ମତଦାନରେ ତାମିଲନାଡୁର ସର୍ବାଧିକ ୩୯ ଆସନ ରହିଛି । ରାଜସ୍ଥାନର ୧୨, ୟୁପିର ୮, ଉତରାଖଣ୍ଡର ୫, ବିହାରର ୪, ଆସାମର ୪, ମଧ୍ୟପ୍ରଦେଶର ୬, ଅରୁଣାଚଳ ପ୍ରଦେଶର ୨ ଆସନରେ ଭୋଟ୍ ଗ୍ରହଣ ହେବ । ସେହିପରି ପଶ୍ଚିମବଙ୍ଗର୩, ମହାରାଷ୍ଟ୍ରର ୫ ଏବଂ ଛତିଶଗଡ଼, ତ୍ରିପୁରା, ଜମ୍ମୁ-କାଶ୍ମୀର, ଆଣ୍ଡାମାନ ନିକୋବର, ଲାକ୍ଷାଦୀପ ଓ ପୁଡୁଚେରୀର ଗୋଟିଏ ଲେଖାଏଁ ଆସନରେ ଭୋଟ୍ ଗ୍ରହଣ ହେବ ।