ବିଜେଡିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ ହେଲେ ପ୍ରାର୍ଥୀ

ଭୁବନେଶ୍ୱର,୨୦/୦୪: ଆଉ ଅଳ୍ପ କେତେ ଦିନ ଗଲେ ରାଜ୍ୟରେ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ଅନୁଷ୍ଠିତ ହେବ । ଏହାରି ମଧ୍ୟରେ ଆସିଲା ବିଜେଡିର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ, ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣା ଦେବାଶିଷଶି ମାର୍ଣ୍ଡି, କରଞ୍ଜିଆରୁ ବାସନ୍ତି ହେମ୍ବ୍ରମ, ରେମୁଣାରୁ ବିଦ୍ୟାସ୍ମିତା ମଲ୍ଲିକ, ସିମୁଳିମୁଳିଆ ସୁଭାଶିନୀ ସାହୁ, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ, କେନ୍ଦ୍ରାପଡାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ ପ୍ରାର୍ଥୀ ହୋଇଛନ୍ତି ।

https://youtu.be/AkMJ7t275j0?si=DG6qAB3wdDY_Ypun