ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ, ୪୦ ଡିଗ୍ରୀ ଉପରେ ୮ଟି ସହରର ତାପମାତ୍ରା

ଭୁବନେଶ୍ୱର,୨୦/୦୪: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଜି ୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଦିନ ସାଢେ ୨ଟା ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରୀ ରେକର୍ଡ । ସେହିପରି ଝାରସୁଗୁଡାରେ ୪୩.୨, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୬, ହୀରାକୁଦରେ ୪୨.୬, ଚାନ୍ଦବାଲିରେ ୪୧.୪, ରାଜଧାନୀ ଭୁବନେଶ୍ୱରରେ ୪୦.୫ ଡିଗ୍ରୀ ଓ ବାଲେଶ୍ୱରରେ ୪୦.୨ ତାପମାତ୍ରା ଥିବା ରେକର୍ଡ କରାଯାଇଛି। ସେହିପରି ପୁରୀରେ ୩୪.୬, ପାରାଦୀପରେ ୩୩.୨ ଓ ଗୋପାଳପୁରରେ ୩୨.୬ ଡିଗ୍ରୀ ତାପମାତ୍ରା ରହିଛି । ଆଜି ନୟାଗଡ଼, ଅନୁଗୁଳୁ, ମୟୁରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।