କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଜାମିନ୍ ମଞ୍ଜୁର କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୩/୦୪: କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଜାମିନ୍ ମଞ୍ଜୁର କରିଛନ୍ତି ସୁପ୍ରିମକୋର୍ଟ । ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ କରିଥିଲେ । ଏହାକୁ ବିଚାର କରି ସୁପ୍ରିମକୋର୍ଟ ତାଙ୍କ ଜାମିନ ଦେଇଛନ୍ତି । ଭିଜିଲାନ୍ସ ଦଣ୍ଡାଦେଶ ଉପରେ ହାଇକୋର୍ଟ ଯେଉଁ ରାୟ ଦେଇଥିଲେ ତାହାକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି । କିନ୍ତୁ ଏହା ଭିତରେ ତାଙ୍କୁ ଗିରଫ ହେବାର ଯେଉଁ ଭୟ ଥିଲା ତାହା ଏବେ ଜାମିନ୍ ମଂଜୁର ପରେ ଦୂର ହୋଇଛି । ତେବେ ଜାମିନ ପରେ ବି ନିୟମ ଅନୁସାରେ ନିର୍ବାଚନ କିନ୍ତୁ ଲଢିପାରିବେ ନାହିଁ ମୋକିମ୍ । ତେଣୁ ଏଥର ମୋକିମଙ୍କ ସ୍ଥାନରେ ତାଙ୍କ ପରିବାରର ଆଉ କାହାକୁ ଟିକେଟ୍ ମିଳିବ କି ସେନେଇ ଚର୍ଚ୍ଚା ହେଉଛି ।