ରଣପୁର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଭାବରେ ପ୍ରାର୍ଥୀପତ୍ର ଦାଖଲ କଲେ ସୁରମା ପାଢୀ

ଭୁବନେଶ୍ୱର,୨/୦୫: ରଣପୁର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଭାବରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ସେହିପରି ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର ଓ ନୟାଗଡ ବିଧାନସଭା ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।  ଲୋକେ ଏଥର ପରିବର୍ତନ ମାନସିକତାରେ ରହିଥିବା ସୁରମା କହିଛନ୍ତି ।
ଅନ୍ୟପଟେ ବୌଦ୍ଧ ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ସରୋଜ କୁମାର ପ୍ରଧାନ ଏବଂ କଣ୍ଟାମାଳ ଆସନରେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି । ବୌଦ୍ଧ ସହରରେ ଥିବା ରାମେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ରାଲିରେ ବାହାରି ନାମାଙ୍କନ ଦାଖଲ ପାଇଁ ଯାଇଥିଲେ ।