୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, କେଉଁଠୁ ଲଢ଼ିବେ କିଏ?

ଭୁବନେଶ୍ୱର,୨/୦୫: ଓଡ଼ିଶାରେ ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା. ବାରବାଟୀ-କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ଚନ୍ଦ ରଣବିଜୁଳିଙ୍କୁ ପ୍ରାର୍ଥୀ କରିଛି ବିଜେପି ।